bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 23
2 Samuel 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
ଦାଉଦଙ୍କର ଶେଷ କଥା ଏହି । ଯିଶୀର ପୁତ୍ର ଦାଉଦ କହେ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ଵରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ସେ କହେ;
2
ମୋʼ ଦ୍ଵାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ଵାରେ ଥିଲା ।
3
ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ ।
4
ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବେ; ସେସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ଵାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ ।
5
ସତ୍ୟ, ମୋହର ବଂଶ ପରମେଶ୍ଵରଙ୍କ ନିକଟରେ ସେପରି ନୁହେଁ; ତଥାପି ସେ ମୋʼ ସହିତ ସର୍ବବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରିଅଛନ୍ତି, ଏଣୁ ସେ ତାହା ବୃଦ୍ଧି ନ କଲେ ହେଁ ଏହା ହିଁ ଆମ୍ଭର ପରମ ପରିତ୍ରାଣ ଓ ପରମ ବାଞ୍ଛା ।
6
ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ଵରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
7
ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ତରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ନିଃଶେଷ ରୂପେ ଅଗ୍ନିରେ ଦଗ୍ଧ ହେବେ ।
8
ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ଅର୍ଥାତ୍, ଏଜନୀୟ ଅଦିନୋ ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ହତ ଆଠ ଶହ ଲୋକର ପ୍ରତିକୂଳ ଥିଲା ।
9
ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ-ଲୋକମାନେ ପଳାନ୍ତେ,
10
ସେ ଉଠି ଆପଣା ହସ୍ତ କ୍ଳା; ଓ ଆପଣା ହସ୍ତ ଖଡ଼୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ଲୋକମାନେ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ ।
11
ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ । ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୂରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ ।
12
ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ ।
13
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ ।
14
ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥ୍ଲିହିମ୍ରେ ଥିଲେ ।
15
ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି!
16
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ ।
17
ପୁଣି ସେ କହିଲେ, ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ ।
18
ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା । ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା ।
19
ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟ; ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା ।
20
ଆଉ ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା ।
21
ଆହୁରି ସେ ଏକ ଜଣ ମିସ୍ରୀୟ ରୂପବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା କତିକି ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା ।
22
ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା ।
23
ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ ।
24
ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥ୍ଲିହିମ୍ସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
25
ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;
26
ପଲ୍ଟୀୟ ହେଲସ, ତକୋୟୀୟ ଇକ୍କୋଶର ପୁତ୍ର ଈରା;
27
ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;
28
ଅହୋହୀୟ ସଲ୍ମୋନ୍, ନଟୋଫାତୀୟ ମହରୟ;
29
ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;
30
ପିରୀୟାଥୋନୀୟ ବନାୟ, ଗାଶ୍-ନଦୀତୀର ନିବାସୀ ହିଦ୍ଦୟ;
31
ଅର୍ବତୀୟ ଅବିୟେଲ୍ବୋନ, ବରହୂମୀୟ ଅସ୍ମାବତ୍;
32
ଶାଲ୍ବୋନୀୟ ଇଲୀୟହବା, ଯାଶେନ୍ର ପୁତ୍ରଗଣ, ଯୋନାଥନ;
33
ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;
34
ମାଖାତୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;
35
କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;
36
ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନୀ;
37
ଅମ୍ମୋନୀୟ ସେଲକ, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବରୋତୀୟ ନହରୟ;
38
ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍;
39
ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24