bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 5
2 Samuel 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
1
ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
2
ଗତ କାଳରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ ।
3
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ⇧ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
4
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ ।
5
ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ଵ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ଵ କଲେ ।
6
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ; ତହିଁରେ ଦାଉଦ ଏସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏସ୍ଥାନକୁ ଆସି ପାରିବ ନାହିଁ ।
7
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
8
ପୁଣି ଦାଉଦ ସେହି ଦିନ କହିଲେ, ଯେ କେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳପ୍ରଣାଳୀକି ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ । ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ଘର ଭିତରକୁ ଆସି ପାରିବ ନାହିଁ ।
9
ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ । ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ ।
10
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ ।
11
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ ।
12
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ ।
13
ଅନନ୍ତର ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପନିୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ ।
14
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ସମ୍ମୂୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ୍
15
ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ
16
ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ ।
17
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ ।
18
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ ।
19
ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
20
ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ ।
21
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେସବୁ ଦଗ୍ଧ କଲେ ।
22
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହେଲେ ।
23
ତହିଁରେ ଦାଉଦ ସଦାପ୍ରଭୁଙ୍କୁ ପଚାରନ୍ତେ ସେ କହିଲେ, ତୁମ୍ଭେ ଉଠି ନ ଯାଅ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର ।
24
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ ।
25
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24