bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 8
2 Samuel 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
1
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ ।
2
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ ।
3
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ ।
4
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ ।
5
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
6
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
7
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ ।
8
ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ ।
9
ଅନନ୍ତର ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା ।
11
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ,
12
ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ ।
13
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ ।
14
ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
15
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ ।
16
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
17
ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24