bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 9
2 Samuel 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
ଅନନ୍ତର ଦାଉଦ ପଚାରିଲେ, ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?
2
ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି ।
3
ତହିଁରେ ରାଜା ପଚାରିଲେ, ମୁଁ ଯାହା ପ୍ରତି ପରମେଶ୍ଵରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି? ଏଥିରେ ସୀବଃ ରାଜାଙ୍କୁ କହିଲା, ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା ।
4
ତହୁଁ ରାଜା ତାହାକୁ ପଚାରିଲେ, ସେ କେଉଁଠାରେ ଅଛି? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି ।
5
ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ ।
6
ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା । ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍ । ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି ।
7
ତହିଁରେ ଦାଉଦ ତାହାକୁ କହିଲେ, ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ ।
8
ତେଣୁ ସେ ପ୍ରଣାମ କରି କହିଲା, ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?
9
ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ଵ ଦେଲି ।
10
ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତଦୁତ୍ପନ୍ନ ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ । ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ ।
11
ତେବେ ସୀବଃ ରାଜାଙ୍କୁ କହିଲା, ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ । ମଫୀବୋଶତ୍ ବିଷୟରେ ରାଜା କହିଲେ, ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ ।
12
ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀଖା । ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ ।ପ୍ର.ବଂ. ୮:୩୪
13
ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ତାହାର ଦୁଇ ପାଦ ଛୋଟା ଥିଲା ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24