bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Thessalonians 1
2 Thessalonians 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 2 →
1
ପାଉଲ, ସିଲ୍ଵାନ୍ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି;
2
ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
3
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
4
ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କ୍ଲେଶ ଭୋଗ କରୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ଵରଙ୍କ ମଣ୍ତଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଦର୍ପ କରିଥାଉ ।
5
ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
6
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ,
7
ସେତେବେଳେ ତୁମ୍ଭମାନଙ୍କୁ କ୍ଳେଶ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ସ୍ଵରୂପେ କ୍ଳେଶ ଦେବା ଓ କ୍ଳେଶ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ଵରଙ୍କ ପକ୍ଷରେ ନ୍ୟାୟର ବିଷୟ;
8
ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ,
9
ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ଵାରା ଗୌରବାନ୍ଵିତ ହେବାକୁ ଓ ବିଶ୍ଵାସ କରିଥିବା ଲୋକ ସମସ୍ତଙ୍କ ଦ୍ଵାରା ଚମତ୍କାରର ଦୃଶ୍ୟ ସ୍ଵରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ଵାସ କରିଅଛ),
10
ସେହିଦିନ ସେମାନେ ଦଣ୍ତ ପାଇବେ, ଅର୍ଥାତ୍, ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରୀକୃତ ହୋଇ ଅନ; ବିନାଶ ଭୋଗ କରିବେ ।
11
ଏଣୁ ଆମ୍ଭମାନଙ୍କ ଈଶ୍ଵର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ଵାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ସତ୍କାମନା ଓ ବିଶ୍ଵାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
12
ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ ।
Jump to:
Chapter 1
Chapter 2
Chapter 3
Chapter 2 →
All chapters:
1
2
3