bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 1
Acts 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 2 →
1
ହେ ଥୀୟଫିଲ, ଯେଉଁଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ଵାରା ଆଜ୍ଞା ଦେଇ ଊର୍ଦ୍ଧ୍ଵରେ ଗୃହୀତ ହେଲେ,
2
ସେହିଦିନ ପର୍ଯ୍ୟନ୍ତ ସେ ଯେ ଯେ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେସମସ୍ତ ବିଷୟ ଘେନି ମୁଁ ପ୍ରଥମ ପ୍ରବନ୍ଧଟି ଲେଖିଅଛି ।
3
ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ଵାରା ସେମାନଙ୍କ ନିକଟରେ ନିଜକୁ ସଜୀବ ଦେଖାଇଲେ, ପୁଣି ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ଵାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ଵରଙ୍କ ରାଜ୍ୟ ସମ୍ଵନ୍ଧୀୟ ବିଷୟଗୁଡ଼ିକ କହିଲେ ।
4
ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5
କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
6
ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ, ହେ ପ୍ରଭୁ, ଆପଣ କଅଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁ ଅଛନ୍ତି?
7
ସେ ସେମାନଙ୍କୁ କହିଲେ, ଯେସମସ୍ତ କାଳ କି ସମୟ ପିତା ସ୍ଵକର୍ତ୍ତୃତ୍ଵର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କର ଜାଣିବା ବିଷୟ ନୁହେଁ ।
8
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।
9
ସେ ଏହିସମସ୍ତ କଥା କହିବା ଉତ୍ତାରେ ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ଵକୁ ନୀତ ହେଲେ, ଆଉ ଖଣ୍ତେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
10
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକ ଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11
ପୁଣି ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ଵର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ଵର୍ଗକୁ ଯିବାର ଦେଖିଲ, ସେ ସେହିପ୍ରକାରେ ଆଗମନ କରିବେ।
12
ଏଥିଉତ୍ତାରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ।
13
ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରୀୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀʼ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରିରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
14
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ ।
15
ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ),
16
ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
17
କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
18
ଏହି ଲୋକ ଅଧର୍ମର ମୂଲ୍ୟ ଦ୍ଵାରା ଖଣ୍ତିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ତ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
19
ଆଉ, ଏହା ଯିରୂଶାଲମ ନିବାସୀସମସ୍ତେ ଜ୍ଞାତ ହେବାରୁ ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ ‘ହକଲ୍ଦମାʼ, ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା ।
20
ଆଉ, ଗୀତସଂହିତାରେ ଲେଖାଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷପଦ ଅନ୍ୟ ଜଣେ ପ୍ରାପ୍ତ ହେଉ ।
21
ଅତଏବ, ଯୋହନ ବାପ୍ତିସ୍ମ ଦେବା ସମୟଠାରୁ ଆରମ୍ଭ କରି ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ଵରେ ଗୃହୀତ ହେବା ଦିନ ପର୍ଯ୍ୟନ୍ତ ଯେତେ ସମୟ ପ୍ରଭୁ ଯୀଶୁ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
22
ସେତେ ସମୟ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।
23
ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାଙ୍କୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥୀୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
24
ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ସ୍ଵସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତପଦରୁ ପତିତ ହୋଇଅଛି,
25
ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।
26
ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି ମଥୀୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏକାଦଶ ପ୍ରେରିତଙ୍କ ସହିତ ଗଣିତ ହେଲେ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28