bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 10
Acts 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
1
କାଇସରିଆ ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
2
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।
3
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ଵରଙ୍କର ଜଣେ ଦୂତ ତାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।
4
ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି ।
5
ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର;
6
ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥି ସ୍ଵରୂପେ ବାସ କରୁଅଛନ୍ତି, ତାଙ୍କ ଘର ସମୁଦ୍ର କୂଳରେ ।
7
ତାଙ୍କ ସାଙ୍ଗରେ କଥା କହୁଥିବା ଦୂତ ପ୍ରସ୍ଥାନ କଲା ଉତ୍ତାରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି ତାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8
ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ ।
9
ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
10
ଆଉ ସେ କ୍ଷୁଧିତ ହୋଇ ଭୋଜନ କରିବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ପାଇ ଦେଖିଲେ,
11
ଆକାଶ ଉନ୍ମୁକ୍ତ ହୋଇଅଛି, ପୁଣି ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
12
ସେଥିରେ ପୃଥିବୀର ସର୍ବପ୍ରକାର ଚତୁଷ୍ପଦ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
13
ଆଉ, ତାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଭୋଜନ କର ।
14
କିନ୍ତୁ ପିତର କହିଲେ, ନାହିଁ, ପ୍ରଭୋ, ମୁଁ କେବେ ହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଭୋଜନ କରି ନାହିଁ ।
15
ପୁନଶ୍ଚ ଦ୍ଵିତୀୟ ଥର ତାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।
16
ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
17
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ହତବୁଦ୍ଧି ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ଵାର ନିକଟରେ ଠିଆ ହୋଇ,
18
ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ ।
19
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
20
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
21
ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କଅଣ?
22
ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ଵରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତିପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ଵାରା ପ୍ରତ୍ୟାଦେଶ ପାଇଅଛନ୍ତି ।
23
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକିନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି ଯାଫୋ ନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାଙ୍କ ସାଙ୍ଗରେ ଗଲେ ।
24
ପରଦିନ ସେମାନେ କାଇସରିଆରେ ପ୍ରବେଶ କଲେ, ଆଉ, କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ ।
25
ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାଙ୍କୁ ଭେଟି ଚରଣ ତଳେ ପଡ଼ି ତାଙ୍କୁ ପ୍ରଣାମ କଲେ ।
26
କିନ୍ତୁ ପିତର ତାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ ।
27
ସେଥିରେ ସେ ତାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
28
ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ଵା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ଵର ମୋତେ ଦେଖାଇଅଛନ୍ତି ।
29
ସେଥିପାଇଁ ମୋତେ ଆହ୍ଵାନ କରାଯିବାମାତ୍ର ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
30
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟରେ ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ଵଳ ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋʼ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି;
31
ପୁଣି, ତୁମ୍ଭର ଦାନସବୁ ଈଶ୍ଵରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।
32
ଅତଏବ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ର କୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି ।
33
ଏନିମନ୍ତେ ମୁଁ ଅବିଳମ୍ଵରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ, ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
34
ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ଵର ଯେ ମୁଖାପେକ୍ଷା କରନ୍ତି ନାହିଁ,
35
କିନ୍ତୁ ପ୍ରତ୍ୟେକ ଜାତିରେ ଯେକେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।
36
ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।
37
ଯୋହନଙ୍କ ପ୍ରଚାରିତ ବାପ୍ତିସ୍ମ ପରେ ଗାଲିଲୀଠାରୁ ଆରମ୍ଭ କରି ସମୁଦାୟ ଯିହୁଦା ପ୍ରଦେଶରେ ଯାହା ଘଟିଲା, ସେଥିର ବିବରଣ ଆପଣମାନେ ଜାଣନ୍ତି,
38
ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ ।
39
ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ ।
40
ତାହାଙ୍କୁ ଈଶ୍ଵର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ଵରଙ୍କ ଦ୍ଵାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କଲା ଉତ୍ତାରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ଵର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
43
ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେ ତାହାଙ୍କ ନାମରେ ପାପକ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
44
ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
45
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତି ବିଶ୍ଵାସୀମାନେ ସମସ୍ତେ ବିଜାତିମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଵିତ ହେଲେ;
46
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ଵରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।
47
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ?
48
ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ଦେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାଙ୍କୁ ଅନୁରୋଧ କଲେ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28