bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 17
Acts 17
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 18 →
1
ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।
2
ଆଉ, ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି ତିନି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
3
ପୁଣି, ଖ୍ରୀଷ୍ଟଙ୍କର ଯେ ମୃତ୍ୟୁଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
4
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ଵାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ଵୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ ।
5
କିନ୍ତୁ ଯିହୁଦୀମାନେ ଈର୍ଷାରେ ଜ୍ଵଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ତଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ ।
6
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ଭାଇଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ଵରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
7
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
8
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ଉଦ୍ବିଗ୍ନ ହେଲେ ।
9
ପରେ ସେମାନେ ଯାସୋନ ଓ ତାଙ୍କ ସଙ୍ଗୀମାନଙ୍କ-ଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ ।
10
ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ ।
11
ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
12
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ଵାସ କଲେ ।
13
କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୁଦୀମାନେ ଜାଣିଲେ ଯେ, ଈଶ୍ଵରଙ୍କ ବାକ୍ୟ ପାଉଲଙ୍କ ଦ୍ଵାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ଉଦ୍ବିଗ୍ନ କଲେ ।
14
ସେଥିରେ ଭାଇମାନେ ଅବିଳମ୍ଵରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।
15
କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ ।
16
ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।
17
ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀ-ମତାବଲମ୍ଵୀ ବିଜାତୀୟମାନଙ୍କ ସହିତ, ଆଉ ବଜାର-ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।
18
ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
19
ପରେ ସେମାନେ ତାଙ୍କୁ ଆରୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କʼଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
20
କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ, ଏହିସମସ୍ତ କଥାର ଅର୍ଥ କʼଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ ।
21
ଆଥୀନୀୟ ଲୋକସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳ କ୍ଷେପଣ କରୁ ନ ଥିଲେ ।
22
ଏଥିରେ ପାଉଲ ଆରୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥୀନୀୟ ଲୋକମାନେ, ଆପଣମାନେ ଯେସମସ୍ତ ବିଷୟରେ ବଡ଼ ଦେବଭକ୍ତ, ଏହା ମୁଁ ଦେଖୁଅଛି ।
23
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
24
ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
25
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ଵାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ଵୟଂ ସମସ୍ତଙ୍କୁ ଜୀବନ, ନିଶ୍ଵାସ ଓ ସମସ୍ତ ପଦାର୍ଥ ଦାନ କରନ୍ତି ।
26
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
27
ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି ।
28
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।”
29
ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ ।
30
ଈଶ୍ଵର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
31
କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
32
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।
33
ଏହିପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ ।
34
କିନ୍ତୁ କୌଣସି କୌଣସି ଲୋକ ତାଙ୍କ ସପକ୍ଷ ହୋଇ ବିଶ୍ଵାସ କଲେ; ସେମାନଙ୍କ ମଧ୍ୟରେ ଆରୟ-ପାଗୀୟ ଦୀୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ଓ ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28