bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 19
Acts 19
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
1
ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ ।
2
ସେ ସେମାନଙ୍କୁ ପଚାରିଲେ, ବିଶ୍ଵାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାଙ୍କୁ ଉତ୍ତର ଦେଲେ, ନା, ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ ।
3
ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ ।
4
ସେଥିରେ ପାଉଲ କହିଲେ, ଯୋହନ ମନ ପରିବର୍ତ୍ତନର ବାପ୍ତିସ୍ମରେଯଯ ବାପ୍ତିସ୍ମ ଦେଇ, ତାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ଵାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।
5
ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ, ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
7
ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।
8
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
9
କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
10
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
11
ପୁଣି, ଈଶ୍ଵର ପାଉଲଙ୍କ ହସ୍ତ ଦ୍ଵାରା ଅସାମାନ୍ୟ ଶକ୍ତିର କାର୍ଯ୍ୟ ସାଧନ କରୁଥିଲେ,
12
ଏପରିକି ତାଙ୍କ ଦେହରୁ ରୁମାଲ କିମ୍ଵା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ, ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ଦୁଷ୍ଟ ଆତ୍ମାଗୁଡ଼ାକ ବାହାରି ଯାଉଥିଲେ ।
13
କିନ୍ତୁ ଭ୍ରମଣକାରୀ ଯିହୁଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣ ମଧ୍ୟ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କର ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ରାଣ ଦେଉଅଛି ।
14
ପୁଣି, ସ୍କେବା ନାମକ ଜଣେ ଯିହୁଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
15
ସେଥିରେ ଦୁଷ୍ଟ ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁ; ମାତ୍ର ତୁମ୍ଭେମାନେ କିଏ?
16
ସେତେବେଳେ ଦୁଷ୍ଟ ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ ।
17
ଏହି କଥା ଏଫିସ ନିବାସୀ ଯିଦୁଦୀ ଓ ଗ୍ରୀକ୍ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ଵିତ ହେବାକୁ ଲାଗିଲା ।
18
ପୁଣି, ବିଶ୍ଵାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ଵୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19
ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ ।
20
ଏହିପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା ।
21
ଏହିସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
22
ପୁଣି, ଯେଉଁମାନେ ତାଙ୍କର ସେବା କରୁଥିଲେ, ସେମାନଙ୍କ ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
23
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ତଗୋଳ ଉଠିଲା ।
24
କାରଣ ଦୀମୀତ୍ରିୟ ନାମକ ଜଣେ ସ୍ଵର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି ଶିଳ୍ପକରମାନଙ୍କର ଯଥେଷ୍ଟ ଲାଭ କରାଉଥିଲା ।
25
ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ଵାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26
ଆଉ, ହସ୍ତନିର୍ମିତ ଦେବତାମାନେ ଈଶ୍ଵର ନୁହନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
27
ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ପୂଜା କରନ୍ତି, ତାଙ୍କ ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାଙ୍କ ମହିମାର ଗ୍ଳାନି ସୁଦ୍ଧା ଘଟିବାର ଆଶଙ୍କା ଅଛି ।
28
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟ-ମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
29
ଏଥିରେ ନଗରଟି ଗଣ୍ତଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
30
ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଯିବାକୁ ଦେଲେ ନାହିଁ ।
31
ଆଉ, ଆସିଆର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାଙ୍କୁ ଅନୁରୋଧ କଲେ ।
32
ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
33
ଆଉ, ଯିହୁଦୀମାନେ ଆଲେକ୍ଜାଣ୍ତରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ କେହି କେହି ତାକୁ ମତାଇଲେ; ସେଥିରେ ଆଲେକ୍ଜାଣ୍ତର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷସମର୍ଥନ କରିବାକୁ ଇଚ୍ଛା କଲା ।
34
କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ଵରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
35
ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶା; କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?
36
ଅତଏବ, ଏହିସବୁ କଥା ଅଖଣ୍ତନୀୟ ହେବାରୁ ତୁମ୍ଭମାନଙ୍କର ଶା; ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ ।
37
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହନ୍ତି କିମ୍ଵା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହନ୍ତି ।
38
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟର ଓ ତାʼର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
39
କିନ୍ତୁ, ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବୀ ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।
40
କାରଣ ପ୍ରକୃତରେ ଆଜିର ଗଣ୍ତଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ତଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ ।
41
ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28