bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 24
Acts 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 25 →
1
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ ।
2
ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ଵାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବ ସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ଵୀକାର କରୁଅଛୁ ।
4
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
5
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ଵରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
7
କିନ୍ତୁ ସହସ୍ରସେନାପତି ଲୂସିୟା ଆସି ଅତିଶୟ ବଳାତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇ ନେଲେ,
8
ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ] । ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ ।
9
ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହିସମସ୍ତ କଥା ସତ୍ୟ ବୋଲି କହିଲେ ।
10
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ, ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷସମର୍ଥନ କରୁଅଛି ।
11
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି ।
12
ଆଉ, ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ଵା ଜନତାକୁ ମତାଇବାର ଦେଖି ନାହାନ୍ତି,
13
ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14
କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ;
15
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି ।
16
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ ।
17
ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ ଆଣିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି ।
18
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଥିଲେ; ମୁଁ କୌଣସି ଜନତା କିମ୍ଵା ଗଣ୍ତଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ;
19
ଯଦି ସେମାନଙ୍କର ମୋʼ ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା ।
20
ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ଵରରେ ଏହି ଯେଉଁ କଥା କହିଥିଲି,
21
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ ।
22
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା ।
23
ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ଵଜନଙ୍କୁ ତାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।
24
କେତେକ ଦିନ ପରେ ଫେଲୀକ୍ସ୍, ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ବିଷୟ ତାଙ୍କଠାରୁ ଶୁଣିଲେ ।
25
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
26
ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆଶା କରୁଥିଲେ; ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ ।
27
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟ, ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28