bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Acts 5
Acts 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
1
କିନ୍ତୁ ହନନୀୟ ନାମକ ଜଣେ ବ୍ୟକ୍ତି ଆପଣା ଭାର୍ଯ୍ୟା ଶଫୀରାର ସମ୍ମତିରେ କିଛି ସମ୍ପତ୍ତି ବିକ୍ରୟ କଲା,
2
ପୁଣି ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।
3
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?
4
ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ ।
5
ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ ପାଇଲେ ।
6
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
7
ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କʼଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
8
ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କʼଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ ।
9
ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକପରାମର୍ଶ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ଵାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ଵାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
10
ତତ୍କ୍ଷଣାତ୍ ସେ ତାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ଵାମୀ ପାଖରେ ତାହାକୁ ସମାଧି ଦେଲେ ।
11
ସେଥିରେ ସମୁଦାୟ ମଣ୍ତଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟ ପାଇଲେ ।
12
ପ୍ରେରିତମାନଙ୍କ ହସ୍ତ ଦ୍ଵାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ତଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ତପରେ ଉପସ୍ଥିତ ହେଉଥିଲେ,
13
କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
14
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ଵାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
15
ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ ।
16
ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକ-ସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ଵାରା ଆକ୍ରା; ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
17
ପରେ ମହାଯାଜକ ଓ ତାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ଵଳିତ ହୋଇ ଉଠିଲେ
18
ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।
19
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ, ରାତ୍ରିକାଳରେ କାରାଗାରର ଦ୍ଵାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
20
ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ଵନ୍ଧୀୟ ସମସ୍ତ କଥା କୁହ ।
21
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
22
କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରି ଆସି କହିଲେ,
23
ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ ରୂପେ ରୁଦ୍ଧ ହୋଇଅଛି ଓ ଦ୍ଵାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ଵାର ଫିଟାନ୍ତେ, ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।
24
ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ ।
25
ଏପରି ସମୟରେ ଜଣେ ଲୋକ ଆସି ସେମାନଙ୍କୁ ସମ୍ଵାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
26
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ ।
27
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
28
ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂଶାଲମ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।
29
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ବରଂ ଈଶ୍ଵରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
30
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି ।
31
ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପକ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ଆପଣା ଦକ୍ଷିଣ ହସ୍ତ ଦ୍ଵାରା ତାହାଙ୍କୁ ଅଧିପତି ଓ ତ୍ରାଣକର୍ତ୍ତା ସ୍ଵରୂପେ ଉନ୍ନତ କରିଅଛନ୍ତି ।
32
ପୁଣି, ଆମ୍ଭେମାନେ ଏହିସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ଵର ଆପଣା ଆଜ୍ଞା-ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
33
ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ ।
34
କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥା-ଅଧ୍ୟାପକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
35
ପୁଣି ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କʼଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେ ବିଷୟରେ ସାବଧାନ ହେଉନ୍ତୁ ।
36
କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରିଶହ ଲୋକ ତାʼ ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହେଲେ ଓ ଅକୃତକାର୍ଯ୍ୟ ହେଲେ ।
37
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
38
ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାʼହେଲେ ତାହା ଉଚ୍ଛିନ୍ନ ହୋଇଯିବ;
39
କିନ୍ତୁ ଯଦି ତାହା ଈଶ୍ଵରଙ୍କଠାରୁ ହୋଇଥାଏ, ତାʼହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ଵରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
40
ସେମାନେ ତାଙ୍କ କଥାରେ ସମ୍ମତ ହେଲେ, ପୁଣି ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ ।
41
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
42
ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28