bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Amos 1
Amos 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 2 →
1
ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ ।
2
ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ ।
3
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦାମାସ୍କସ୍ର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ-ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
4
ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସକଳ ଗ୍ରାସ କରିବ ।
5
ପୁଣି, ଆମ୍ଭେ ଦାମାସ୍କସ୍ର ଅର୍ଗଳ ଭାଙ୍ଗି ପକାଇବା ଓ ଆବନର୍ ଉପତ୍ୟକାରୁ ନିବାସକାରୀକି ଓ ଏଦନ-ବଂଶରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ ।
6
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ ।
7
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ ।
8
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକି ଓ ଅସ୍କିଲୋନରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ ⇧, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
9
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
10
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ ।
11
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେ ଖଡ଼୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା ।
12
ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସକଳ ଗ୍ରାସ କରିବ ।
13
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କରଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି ।
14
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ଵଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ତ ତୋଫାନ ସହିତ ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ;
15
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ; ଏହା ସଦାପ୍ରଭୁ କହନ୍ତି ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 2 →
All chapters:
1
2
3
4
5
6
7
8
9