bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Colossians 1
Colossians 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା
2
ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ଲେଖୁଅଛନ୍ତି; ଆମ୍ଭମାନଙ୍କ ପିତା ଈଶ୍ଵରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
3
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ଵାସ ଏବଂ ସ୍ଵର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି
4
ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;
5
ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ ।
6
ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।
7
ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;
8
ସେ ମଧ୍ୟ ଆତ୍ମାଙ୍କ ଦତ୍ତ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
9
ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ
10
ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ଵରଙ୍କ ତତ୍ତ୍ଵଜ୍ଞାନରେ ବଢ଼ି, ସମସ୍ତ ସତ୍କର୍ମର ଫଳରେ ଫଳବାନ ହୁଅ
11
ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
12
ପୁଣି ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ ।
13
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
14
ତାହାଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପକ୍ଷମା ପାଇଅଛୁ ।
15
ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
16
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
17
ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ଵ ଅଛି ।
18
ଆଉ, ସେ ମଣ୍ତଳୀରୂପ ଶରୀରର ମସ୍ତକ ସ୍ଵରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।
19
କାରଣ ଈଶ୍ଵରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କ-ଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
20
ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ଵାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ଵାରା ପୃଥିବୀ ବା ସ୍ଵର୍ଗରେ ସ୍ଥିତ ସମୟ ବିଷୟର ମିଳନ କରନ୍ତି ।
21
ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ଵରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
22
କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ଵାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
23
ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।
24
ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ତଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
25
ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।
26
ସେହି ନିଗୂଢ଼ ତତ୍ତ୍ଵ ପୂର୍ବଯୁଗ ଓ ପୂର୍ବପୁରୁଷ-ମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି ।
27
ବିଜାତିମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ଵର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ଵର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ; ସେହି ନିଗୂଢ଼ ତତ୍ତ୍ଵ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ଵରୂପ;
28
ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
29
ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4