bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Daniel 12
Daniel 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
1
ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ, ।
2
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ ।
3
ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ ।
4
ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ ।
5
ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ ।
6
ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ?
7
ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ ।
8
ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?
9
ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି ।
10
ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ ।
11
ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ ।
12
ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ ।
13
ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
All chapters:
1
2
3
4
5
6
7
8
9
10
11
12