bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Daniel 7
Daniel 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 8 →
1
ବାବିଲର ରାଜା ବେଲ୍ଶତ୍ସରର ଅଧିକାରର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ଵପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ଵପ୍ନ ଲେଖି କଥାର ସାର ପ୍ରକାଶ କଲେ ।
2
ଦାନିୟେଲ କହିଲେ, ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ରୂପେ ବହିଲା ।
3
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ ।
4
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା ।
5
ଅନନ୍ତର ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ଵିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ଵରେ ଉଠାଗଲା ଓ ତାହାର ମୁଖରେ ଦ; ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ଉଠ, ବହୁତ ମାଂସ ଖାଅ ।
6
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା; ଆଉ, ତାହାକୁ କର୍ତ୍ତୃତ୍ଵ ଦିଆଗଲା ।
7
ଏଥି ଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦ; ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା ।
8
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା ।
9
ମୁଁ ଦେଖୁ ଦେଖୁ କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ, ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷଲୋମ ତୁଲ୍ୟ ଥିଲା; ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ଵଳ; ଅଗ୍ନି ।
10
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ । ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା। ।
11
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା ।
12
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ଵ ନିଆଗଲା; ତଥାପି ଏକ କାଳ ଓ ଏକ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା ।
13
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ ଓ ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ ।
14
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ ।
15
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ଵିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା ।
16
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି । ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ ।
17
ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ ।
18
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନ; କାଳ ଯାଏ ରାଜ୍ୟ ଭୋଗ କରିବେ ।
19
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦ; ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
20
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି ।
21
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
22
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା ।
23
ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକି ଗ୍ରାସ କରିବ, ଆଉ ଦଳିତ କରି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
24
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ ।
25
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ ।
26
ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ଵର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ ।
27
ଆଉ, ରାଜତ୍ଵ ଓ କର୍ତ୍ତୃତ୍ଵ ଓ ଆକାଶମଣ୍ତଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ ।
28
ଏଠାରେ ବୃତ୍ତାନ୍ତର ଶେଷ । ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 8 →
All chapters:
1
2
3
4
5
6
7
8
9
10
11
12