bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Deuteronomy 16
Deuteronomy 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 17 →
1
ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ ।
2
ପୁଣି ସଦାପ୍ରଭୁ ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ ।
3
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ ।
4
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ; ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ ।
5
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗରଦ୍ଵାର ଦେବେ, ତହିଁର କୌଣସି ଦ୍ଵାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ ।
6
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ ।
7
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ ।
8
ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ ।
9
ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ ।
10
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ;
11
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
12
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ ।
13
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
14
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ଓ ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
15
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ ।
16
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୋଟୀର ପର୍ବ ସମୟରେ ଓ ସପ୍ତାହସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ ।
17
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ ।
18
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେସମସ୍ତ ନଗର ଦେବେ, ତହିଁର ଦ୍ଵାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ ।
19
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ ।
20
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ ।
21
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
22
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଘୃଣା କରନ୍ତି ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34