bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Deuteronomy 19
Deuteronomy 19
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 20 →
1
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
2
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ ।
3
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
4
ଯେଉଁ ନରହତ୍ୟାକାରୀ ସେ ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି; କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକି ଅଜ୍ଞାତସାରରେ ବଧ କରେ;
5
ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ତ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ ।
6
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା ।
7
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି ।
8
ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
9
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
10
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ ।
11
ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
12
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ ।
13
ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ ।
14
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ ।
15
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ ।
16
ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
17
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ ।
18
ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;
19
ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
20
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ ।
21
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34