bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Deuteronomy 2
Deuteronomy 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 3 →
1
ଅନନ୍ତର ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସମୁଦ୍ର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା ।
2
ତହୁଁ ସଦାପ୍ରଭୁ ମୋତେ କହିଲେ,
3
ତୁମ୍ଭେମାନେ ଯଥେଷ୍ଟ କାଳ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର ।
4
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ ।
5
ସେମାନଙ୍କ ସହିତ ବିରୋଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ । ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ ।
6
ତୁମ୍ଭେମାନେ ରୂପା ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ ।
7
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ ।
8
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ । ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ ।
9
ତହିଁରେ ସଦାପ୍ରଭୁ ମୋତେ କହିଲେ, ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ ଲଗାଅ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ ।
10
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ ।
11
ଅନାକୀୟମାନଙ୍କ ତୁଲ୍ୟ ସେମାନେ ହେଁ ରଫାୟୀୟ-ମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ ।
12
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ) ।
13
ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ । ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ ।
14
କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟକୁ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ ।
15
କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ନିଃଶେଷରେ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା ।
16
ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
17
ସଦାପ୍ରଭୁ ମୋତେ କହିଲେ,
18
ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
19
(ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ବିରୋଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ ।
20
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
21
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ ।
22
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଅଦ୍ୟାପି ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି ।
23
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ) ।
24
ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।
25
ଅଦ୍ୟାବଧି ଆମ୍ଭେ ସମସ୍ତ ଆକାଶମଣ୍ତଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ଵାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ ।
26
ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତ ଦ୍ଵାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,
27
ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ ।
28
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
29
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ; ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି ।
30
ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ ।
31
ପୁଣି ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି; ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ ।
32
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ ।
33
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ ।
34
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ବର୍ଜିତ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ ।
35
କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ ।
36
ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ ।
37
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34