bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Deuteronomy 23
Deuteronomy 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 24 →
1
ଚୂର୍ଣ୍ଣକୋଷ କିବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ ।
2
ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ ।
3
ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ ।
4
କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ ।
5
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ । ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ ।
6
ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ ।
7
ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ ।
8
ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ ।
9
ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ ।
10
ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।
11
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ ।
12
ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ;
13
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ଵାରା ଖୋଳିବ ଓ ନିର୍ଗତ ମଳ ନେଉଟାଇ ପୋତି ପକାଇବ ।
14
କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ ।
15
ଯେଉଁ ଦାସ ଆପଣା ସ୍ଵାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ଵାମୀ ହସ୍ତରେ ସମର୍ପଣ କରିବ ନାହିଁ ।
16
ସେ ତୁମ୍ଭର କୌଣସି ଏକ ନଗରଦ୍ଵାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।
17
ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ମାହାରୀବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ ।
18
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଘୃଣ୍ୟ ବିଷୟ ।
19
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ ।
20
ତୁମ୍ଭେ ସୁଧ ନିମନ୍ତେ ବିଦେଶୀକି ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ ।
21
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ ।
22
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ ।
23
ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ଵେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ ।
24
ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ ।
25
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34