bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Deuteronomy 3
Deuteronomy 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 4 →
1
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ ।
2
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ ।
3
ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ ।
4
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ) ।
5
ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ଵାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା ।
6
ଆମ୍ଭେମାନେ ହିଷ୍ବୋନ୍-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ବର୍ଜିତ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ବର୍ଜିତ ରୂପେ ବିନଷ୍ଟ କଲୁ ।
7
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ଵରୂପେ ଗ୍ରହଣ କଲୁ ।
8
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ ।
9
(ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ୍ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି) ।
10
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ ।
11
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ) ।
12
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି ।
13
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧବଂଶକୁ ଦେଲି; (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ ।
14
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା) ।
15
ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି ।
16
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ;
17
ଆଉ କିନ୍ନେରତଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି ।
18
ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ ।
19
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି ।
20
ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ ।
21
ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ଵଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ ।
22
ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ଵର ଅଟନ୍ତି।
23
ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
24
ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
25
ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ ।
26
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ ।
27
ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ ।
28
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ ।
29
ଏହିରୂପେ ଆମ୍ଭେମାନେ ବୈତ୍ପିୟୋର-ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34