bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ecclesiastes 1
Ecclesiastes 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 2 →
1
ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା ।
2
ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
3
ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ?
4
ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ ।
5
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ ।
6
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
7
ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
8
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
9
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
10
ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
11
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।
12
ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି ।
13
ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ ।
14
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର ।
15
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
16
ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି ।
17
ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
18
କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 2 →
All chapters:
1
2
3
4
5
6
7
8
9
10
11
12