bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ecclesiastes 12
Ecclesiastes 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
1
ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।
2
ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3
ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ
4
ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5
ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ ।
8
ଉପଦେଶକ କହଇ, ଅସାରର ଅସାର, ସବୁ ହିଁ ଅସାର ।
9
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା ।
10
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା ।
11
ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି ।
12
ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ ।
13
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ଵରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ ।
14
ଯେହେତୁ ପରମେଶ୍ଵର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
All chapters:
1
2
3
4
5
6
7
8
9
10
11
12