bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Esther 2
Esther 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
1
ଏହିସବୁ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜାର କ୍ରୋଧ ଶା; ହୁଅନ୍ତେ, ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା ।
2
ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, ମହାରାଜଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ ।
3
ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ;
4
ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାର ସନ୍ତୋଷ ହୁଅନ୍ତେ, ସେ ସେପରି କଲା ।
5
ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀଶ୍ର ପ୍ରପୌତ୍ର ।
6
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ଵାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲା ।
7
ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍, ଏଷ୍ଟରକୁ ପ୍ରତିପାଳନ କଲା; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲା; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା ।
8
ଏଉତ୍ତାରୁ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକି ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା ।
9
ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାକୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାକୁ ଦେଲା; ଆଉ, ସେ ତାହାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା ।
10
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ଵର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାକୁ ଆଜ୍ଞା କରିଥିଲା ।
11
ଅନନ୍ତର ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା ।
12
ପୁଣି, ଦ୍ଵାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
13
ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଗଲା ।
14
ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପନିୀ-ଗଣର ରକ୍ଷକ ରାଜନପୁଂସକ ଶାଶ୍ଗସର ନିକଟକୁ ଦ୍ଵିତୀୟ ଅନ୍ତଃପୁରକୁ ଫେରି ଆସିଲା; ରାଜା ତାହା ପ୍ରତି ତୁଷ୍ଟ ହୋଇ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ଆଉ ଗଲା ନାହିଁ ।
15
ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲା, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାକୁ ଅନୁଗ୍ରହ କଲେ ।
16
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ଵେରଶ ରାଜା ନିକଟକୁ ନିଆଗଲା ।
17
ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲା ।
18
ଅନନ୍ତର ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରର ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର କର-ମୋଚନ କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା ।
19
କନ୍ୟାମାନେ ଦ୍ଵିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ଵାରରେ ବସିଲା ।
20
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ଵର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲା ।
21
ସେହି ସମୟରେ ମର୍ଦ୍ଦଖୟ ରାଜଦ୍ଵାରରେ ବସିବା ବେଳେ, ଦ୍ଵାରପାଳମାନଙ୍କ ମଧ୍ୟରେ ବିଗଥନ୍ ଓ ତେରଶ୍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ଵେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ ।
22
ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକି ଜଣାଇଲା; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାକୁ ତାହା ଜଣାଇଲା ।
23
ତହିଁରେ ଅନୁସନ୍ଧାନ ଦ୍ଵାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାର ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
All chapters:
1
2
3
4
5
6
7
8
9
10