bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Esther 4
Esther 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 5 →
1
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲା ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ଵରରେ ରୋଦନ କଲା ।
2
ପୁଣି, ସେ ରାଜଦ୍ଵାରର ସମ୍ମୁଖ ପର୍ଯ୍ୟନ୍ତ ମଧ୍ୟ ଆସିଲା, ମାତ୍ର ଅଖା ପିନ୍ଧି କେହି ରାଜଦ୍ଵାରରେ ପ୍ରବେଶ କରି ପାରିଲା ନାହିଁ ।
3
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ ।
4
ଏଣୁ ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାକୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲା; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା, ମାତ୍ର ସେ ତାହା ଗ୍ରହଣ କଲା ନାହିଁ ।
5
ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା ।
6
ତହିଁରେ ହଥକ୍ ରାଜଦ୍ଵାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲା ।
7
ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ତାହା ତାହାକୁ କହିଲା ।
8
ଆହୁରି ମଧ୍ୟ, ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ, ଏପରି ଆଦେଶ କରିବାକୁ କହିଲା ।
9
ତହୁଁ ହଥକ୍ ଆସି ମର୍ଦ୍ଦଖୟର କଥା ଏଷ୍ଟରକୁ ଜଣାଇଲା ।
10
ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା, ଯଥା,
11
ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ତ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ଵର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ ।
12
ସେମାନେ ଏଷ୍ଟରର ଏହି କଥା ମର୍ଦ୍ଦଖୟକୁ କହିଲେ ।
13
ତେଣୁ ମର୍ଦ୍ଦଖୟ ଏଷ୍ଟରକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ନ ଭାବ ।
14
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?
15
ଏଥିରେ ଏଷ୍ଟର ମର୍ଦ୍ଦଖୟକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା,
16
ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ଲାଗି ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିବା ରାତ୍ରରେ କିଛି ଆହାର କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି ।
17
ତେଣୁ ମର୍ଦ୍ଦଖୟ ଚାଲି ଯାଇ ଏଷ୍ଟରର ସମସ୍ତ ଆଜ୍ଞାନୁସାରେ କର୍ମ କଲା ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 5 →
All chapters:
1
2
3
4
5
6
7
8
9
10