bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Esther 5
Esther 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
1
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା ।
2
ଏଥିରେ ରାଜା ଏଷ୍ଟର ରାଣୀକି ପ୍ରାଙ୍ଗଣରେ ଠିଆ ହେବାର ଦେଖିଲା, ପୁଣି ଏଷ୍ଟର ରାଜାର ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ତ ବଢ଼ାଇଲା; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ତର ଅଗ୍ରଭାଗ ଛୁଇଁଲା ।
3
ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ ।
4
ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ ।
5
ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ; ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ ।
6
ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ ।
7
ତହିଁରେ ଏଷ୍ଟର ଉତ୍ତର ଦେଲା, ମୋହର ନିବେଦନ ଓ ପ୍ରାର୍ଥନା ଏହି;
8
ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି ।
9
ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ଵାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା ।
10
ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା ।
11
ଆଉ, ହାମନ୍ ଆପଣା ଧନ ଓ ଐଶ୍ଵର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା ।
12
ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଅଛି ।
13
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ ।
14
ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ । ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
All chapters:
1
2
3
4
5
6
7
8
9
10