bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Esther 8
Esther 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 9 →
1
ସେହି ଦିନ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲା ।
2
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା ।
3
ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା ।
4
ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,
5
ପୁଣି, ଏହି କର୍ମ ମହାରାଜଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ଅନ୍ୟଥା କରିବାକୁ ଲେଖାଯାଉ;
6
ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ଵମାନଙ୍କ ବିନାଶ ଦେଖି କିରୂପେ ସହି ପାରିବି ।
7
ଏଥିରେ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା ।
8
ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ ।
9
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଭାଷାନୁସାରେ ପତ୍ର ଲିଖିତ ହେଲା⇧ ।
10
ପୁଣି, ସେ ରାଜା ଅକ୍ଷଶ୍ଵେରଶ ନାମରେ ଲେଖି ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ଵଶାଳା-ଜାତ ରାଜକୀୟ ଅଶ୍ଵବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା ।
11
ତଦ୍ଦ୍ଵାରା ଅକ୍ଷଶ୍ଵେରଶ ରାଜାର ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ
12
ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲା ।
13
ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା ।
14
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ଵାରୂଢ଼ ଦୂତମାନେ ରାଜାଜ୍ଞାରେ ତ୍ଵରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା ।
15
ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ହୋଇ ରାଜା ଛାମୁରୁ ବାହାରକୁ ଗଲା; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା ।
16
ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା ।
17
ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ ଓ ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ଵୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେଭ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 9 →
All chapters:
1
2
3
4
5
6
7
8
9
10