bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 1
Exodus 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 2 →
1
ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଆସିଥିଲେ, ସେମାନଙ୍କ ନାମ;
2
ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା;
3
ଇଷାଖର, ସବୂଲୂନ୍ ଓ ବିନ୍ୟାମିନ;
4
ଦାନ ଓ ନପ୍ତାଲି; ଗାଦ ଓ ଆଶେର ।
5
ସର୍ବସୁଦ୍ଧା ଯାକୁବଙ୍କର କଟିରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ ।
6
ଅନନ୍ତର ଯୋଷେଫ ଓ ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ ।
7
ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି ସେମାନଙ୍କ ଦ୍ଵାରା ଦେଶ ପରିପୂର୍ଣ୍ଣ ହେଲା ।
8
ଅନନ୍ତର ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ ।
9
ସେ ଆପଣା ଲୋକମାନଙ୍କୁ କହିଲେ, ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କ-ଠାରୁ ଅଧିକ ଅଟନ୍ତି
10
ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଂଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଂଗେ ସାବଧାନ ହୋଇ ବ୍ୟବହାର କରୁ।
11
ଅନନ୍ତର ସେମାନେ ଭାରବହନ ଦ୍ଵାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି ସେମାନଙ୍କ ଦ୍ଵାରା ଫାରୋଙ୍କ ନିମନ୍ତେ ଭଣ୍ତାରର ନଗର, ଅର୍ଥାତ୍,ପିଥୋମ୍ ଓ ରାମିଷେଷ୍ ନିର୍ମାଣ କରାଇଲେ ।
12
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି ସେତେ ଅଧିକ ବ୍ୟାପି ଗଲେ । ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ ।
13
ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
14
ପୁଣି କାଦୁଅ ଓ ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ଵାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ । ସେମାନେ ଯେସମସ୍ତ ଦାସ୍ୟକର୍ମ କରାଇଲେ; ସେସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ ।
15
ଅନନ୍ତର ମିସ୍ରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,
16
ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯେବେ ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯେବେ କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ ।
17
ମାତ୍ର ସେହି ଧାତ୍ରୀମାନେ ପରମେଶ୍ଵରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ପ୍ରମାଣେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ ।
18
ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଏପରି କାର୍ଯ୍ୟ କିହେତୁ କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?
19
ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି ।
20
ପୁଣି ପରମେଶ୍ଵର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟ; ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ ।
21
ସେହି ଧାତ୍ରୀମାନେ ପରମେଶ୍ଵରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
22
ଅନନ୍ତର ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40