bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 13
Exodus 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 14 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।
3
ଅନନ୍ତର ମୋଶା ଲୋକମାନଙ୍କୁ କହିଲେ, ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ବାସଗୃହ ସ୍ଵରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ଵାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୋଟୀ ଭୋଜନ କରାଯିବ ନାହିଁ ।
4
ତୁମ୍ଭେମାନେ ଆବୀବ୍ ମାସର ଏହି ଦିନରେ ବାହାର ହେଲ।
5
ଆଉ କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ହବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ କତିରେ ଶପଥ କରିଥିଲେ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ, ।
6
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ ।
7
ପୁଣି ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୋଟୀ ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ ।
8
ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ ।
9
ପୁଣି ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ଵରୂପ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରା; ହସ୍ତ ଦ୍ଵାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି ।
10
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ ।
11
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ,
12
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
13
ପୁଣି ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ ।
14
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯେବେ ପଚାରିବ, ଏହା କଅଣ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ଵାରା ଦାସଗୃହ ସ୍ଵରୂପ ମିସରଠାରୁ ବାହାର କଲେ,
15
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ ।
16
ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ଵରୂପେ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁବାହାର କରି ଆଣିଲେ ।
17
ଅନନ୍ତର ଫାରୋ ଲୋକମାନଙ୍କୁ ଛାଡ଼ି ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ଵର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ଵର କହିଲେ, ଯୁଦ୍ଧ ଦେଖିଲେ ପଛେ ଲୋକମାନେ ଅନୁତାପ କରି ମିସରକୁ ଫେରିଯାଆନ୍ତି ।
18
ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ ।
19
ପୁଣି ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ ।
20
ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ ।
21
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ;
22
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40