bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 18
Exodus 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 19 →
1
ଅନନ୍ତର ପରମେଶ୍ଵର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ବିଶେଷରେ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ଵଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ ।
2
ତହିଁରେ ମୋଶାଙ୍କର ଶ୍ଵଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ ।
3
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ୍(ଏହି ସ୍ଥାନରେ ପ୍ରବାସୀ), କାରଣ ସେ କହିଥିଲେ, ମୁଁ ପରଦେଶରେ ପ୍ରବାସୀ ହେଲି ।
4
ପୁଣି ଅନ୍ୟର ନାମ ଇଲୀୟେଷର (ପରମେଶ୍ଵର ଉପକାରୀ), କାରଣ ସେ କହିଥିଲେ, ମୋʼ ପିତାଙ୍କ ପରମେଶ୍ଵର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ଼୍ଗରୁ ମୋତେ ଉଦ୍ଧାର କଲେ ।
5
ଅନନ୍ତର ମୋଶାଙ୍କର ଶ୍ଵଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ଵରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ ।
6
ପୁଣି ସେ ମୋଶାଙ୍କୁ ଜଣାଇଲେ, ତୁମ୍ଭର ଶ୍ଵଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ ।
7
ସେତେବେଳେ ମୋଶା ଆପଣା ଶ୍ଵଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ଵନ କଲେ; ପୁଣି ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ଵୁରେ ପ୍ରବେଶ କଲେ ।
8
ଅନନ୍ତର ସଦାପ୍ରଭୁ ଇସ୍ରାଏଲ ଲାଗି ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତା; ମୋଶା ଆପଣା ଶ୍ଵଶୁରଙ୍କୁ ଜଣାଇଲେ ।
9
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ ।
10
ପୁଣି ଯିଥ୍ରୋ କହିଲେ, ଯେଉଁ ସଦାପ୍ରଭୁ ମିସ୍ରୀୟ-ମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
11
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି । ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ ।)
12
ଅନନ୍ତର ମୋଶାଙ୍କ ଶ୍ଵଶୁର ଯିଥ୍ରୋ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ଵରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ଵଶୁର ସଙ୍ଗରେ ଭୋଜନ କଲେ ।
13
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଛିଡ଼ା ହୋଇ ରହିଲେ ।
14
ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ଵଶୁର ତାହା ଦେଖି କହିଲେ, ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କିହେତୁ ଏକାକୀ ବସ? ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଛିଡ଼ା ହୋଇ ରହନ୍ତି?
15
ତହିଁରେ ମୋଶା ଆପଣା ଶ୍ଵଶୁରଙ୍କୁ କହିଲେ, ଲୋକମାନେ ପରମେଶ୍ଵରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି
16
ଓ ସେମାନଙ୍କର କୌଣସି ବିବାଦହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି ପରମେଶ୍ଵରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ ।
17
ଅନନ୍ତର ମୋଶାଙ୍କର ଶ୍ଵଶୁର କହିଲେ, ତୁମ୍ଭର ଏହି କର୍ମ ଭଲ ନୁହେଁ ।
18
ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର ।
19
ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ ।
20
ପୁଣି ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ ।
21
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର ।
22
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ଵାସ ହେବ, ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ ।
23
ତୁମ୍ଭେ ଯେବେ ଏପରି କରିବ, ପୁଣି ପରମେଶ୍ଵର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହିପାରିବ, ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ଵସ୍ଥାନକୁ ଯିବେ ।
24
ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ ।
25
ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
26
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥା- ସବୁ ଆପେ ଆପେ ବିଚାର କଲେ ।
27
ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ଵଦେଶକୁ ପ୍ରସ୍ଥାନ କଲେ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40