bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 23
Exodus 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 24 →
1
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ ।
2
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
3
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁଣ ।
4
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
5
ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
6
ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
7
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
8
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ ।
9
ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ ।
10
ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
11
ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନପଶୁମାନେ ଖାଇବେ । ପୁଣି ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ ।
12
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ଵାସ ପାଇବେ।
13
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ ।
14
ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
15
ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ
16
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର ।
17
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ ।
18
ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ ।
19
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ ।
20
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
21
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି ।
22
ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
23
କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ କିଣାନୀୟ ଓ ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା ।
24
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ।
25
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା, ।
26
ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା ।
27
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା ।
28
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ ଓ କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ ।
29
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
30
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇନାହଁ ଓ ଦେଶ ଅଧିକାର କରିନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା ।
31
ପୁଣି ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ ।
32
ତୁମ୍ଭେ ସେମାନଙ୍କ ସହିତ କିମ୍ଵା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ ।
33
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40