bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 24
Exodus 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 25 →
1
ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର ।
2
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ ।
3
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ଶାସନ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ଵରରେ ଉତ୍ତର କଲେ, ସଦାପ୍ରଭୁ ଯେସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ।
4
ଅନନ୍ତର ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ଵାଦଶ ବଂଶାନୁସାରେ ଦ୍ଵାଦଶ ସ୍ତମ୍ଭ ନିର୍ମାଣ କଲେ ।
5
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ ।
6
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ ।
7
ପୁଣି ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା ।
8
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ଵନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି ।
9
ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନ ବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କୁ ଦର୍ଶନ କଲେ ।
10
ପୁଣି ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ଵଳ ନୀଳକା; ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା ।
11
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ଵରଙ୍କୁ ଦର୍ଶନ କଲେ, ପୁଣି ଭୋଜନପାନ କଲେ ।
12
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା ।
13
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି ମୋଶା ପରମେଶ୍ଵରଙ୍କ ପର୍ବତରେ ଆରୋହଣ କଲେ ।
14
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭେମାନେ ଯେଯାଏ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେଯାଏ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂରତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ ।
15
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
16
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ ।
17
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା ।
18
ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40