bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 26
Exodus 26
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 27 →
1
ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
2
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ ।
3
ପୁଣି ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ ।
4
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ ।
5
ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ ।
6
ପୁଣି ପଚାଶ ସ୍ଵର୍ଣ୍ଣ ଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ ।
7
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
8
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ ।
9
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ଵୁ ସମ୍ମୁଖରେ ରଖିବ ।
10
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ।
11
ଆଉ ପିତ୍ତଳର ପଚାଶ ଘୁଣ୍ତି କରି ସେହି ଘୁଣ୍ତିଘରାରେ ପ୍ରବେଶ କରାଇ ତମ୍ଵୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ଵୁ ହେବ ।
12
ସେହି ତମ୍ଵୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ଵରେ ଓହଳି ରହିବ ।
13
ଆଉ ତମ୍ଵୁ ଯବନିକାର ଦୀର୍ଘତାର ଯେଉଁ ଅଂଶ ଏପାର୍ଶ୍ଵରେ ଏକ ହସ୍ତ ଓ ସେପାର୍ଶ୍ଵରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏପାର୍ଶ୍ଵ-ସେପାର୍ଶ୍ଵରେ ଆଚ୍ଛାଦନାର୍ଥେ ଝୁଲିବ ।
14
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ ।
15
ଅନନ୍ତର ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ ।
16
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ ।
17
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ ।
18
ଆଉ ଆବାସ ନିମନ୍ତେ ଯେ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ।
19
ପୁଣି ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ ।
20
ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ ।
21
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ ।
22
ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା ହେବ ।
23
ପୁଣି ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ତ ପଟା ଦେବ ।
24
ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ ।
25
ତହିଁରେ ତହିଁର ପଟା ଆଠ ଖଣ୍ତ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ ।
26
ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ
27
ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେବ ।
28
ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ତରୁ ସେ ମୁଣ୍ତ ଯାଏ ପାଇବ।
29
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ ।
30
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
31
ଆଉ ତୁମ୍ଭେ ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ ।
32
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ ।
33
ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ ।
34
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ ।
35
ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ ।
36
ପୁଣି ଆବାସର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନବସ୍ତ୍ର ପ୍ରସ୍ତୁତ କରିବ।
37
ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40