bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 29
Exodus 29
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 30 →
1
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁ; ଏକ ଗୋବତ୍ସ ଓ ଦୁଇ ମେଷ ନେବ ।
2
ପୁଣି ତାଡ଼ିଶୂନ୍ୟ ରୋଟୀ ଓ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ,
3
ପୁଣି ଗୋଟିଏ ଡାଲାରେ ତାହା ରଖିବ ଓ ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ ।
4
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁ-ଦ୍ଵାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ ।
5
ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା ଓ ଏଫୋଦର ଚୋଗା ଓ ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ ।
6
ତାହାର ମସ୍ତକରେ ପାଗ ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ ।
7
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ ।
8
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ ।
9
ପୁଣି ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ଵାରା ଯାଜକତ୍ଵ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ ।
10
ଅନନ୍ତର ତୁମ୍ଭେ ସମାଗମ-ତମ୍ଵୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ।
11
ତହୁଁ ତୁମ୍ଭେ ସମାଗମ-ତମ୍ଵୁ ଦ୍ଵାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ ।
12
ଅନନ୍ତର ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ ।
13
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ ।
14
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ।
15
ଅନନ୍ତର ତୁମ୍ଭେ ପ୍ରଥମ ମେଷ ନେବ; ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ ।
16
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ ।
17
ତହିଁ ଉତ୍ତାରେ ମେଷକୁ ଖଣ୍ତ ଖଣ୍ତ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ତସକଳ ଓ ମସ୍ତକ ଉପରେ ରଖିବ ।
18
ପୁଣି ତୁମ୍ଭେ ମେଷକୁ ଗୋଟାଯାକ ବେଦି ଉପରେ ଦଗ୍ଧ କରିବନ୍ତତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
19
ଅନନ୍ତର ତୁମ୍ଭେ ଦ୍ଵିତୀୟ ମେଷକୁ ନେବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ହସ୍ତ ନିର୍ଭର ଦେବେ।
20
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଦେବ, ପୁଣି ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ ।
21
ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ ।
22
ଆହୁରି, ତୁମ୍ଭେ ସେହି ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ସେ ପଦ- ନିଯୋଗାର୍ଥକ ମେଷ ।
23
ପୁଣି ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଏକ ରୋଟୀ ଓ ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24
ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ ।
25
ଅନନ୍ତର ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ । ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
26
ଅନନ୍ତର ତୁମ୍ଭେ ହାରୋଣର ପଦ-ନିଯୋଗାର୍ଥକ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ତ ତୁମ୍ଭର ଅଂଶ ହେବ ।
27
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦ-ନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ ।
28
ତହିଁରେ ଅନନ୍ତକାଳୀନ ବିଧି ଦ୍ଵାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ।
29
ପୁଣି ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ-ନିଯୋଗ ସମୟରେ ସେମାନେ ତାହା ପରିଧାନ କରିବେ।
30
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନପରିଧାନ କରିବ ।
31
ଅନନ୍ତର ତୁମ୍ଭେ ସେହି ପଦ-ନିଯୋଗାର୍ଥକ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
32
ପୁଣି ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୋଟୀ ଭୋଜନ କରିବେ ।
33
ପୁଣି ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ଵାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ ।
34
ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୋଟୀରୁ ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ।
35
ଆମ୍ଭେ ତୁମ୍ଭକୁ ଏହି ଯେସବୁ ଆଜ୍ଞା ଦେଲୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ପଦନିଯୋଗରେ ସାତଦିନ ଲାଗିବ ।
36
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ମୁକ୍ତପାପ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ ।
37
ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38
ସେହି ବେଦି ଉପରେ ତୁମ୍ଭେ ଏହି ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିତ୍ୟ ନିତ୍ୟ ପ୍ରତିଦିନ ଏକବର୍ଷୀୟ ଦୁଇ ମେଷଶାବକ,
39
ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ଵିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ ।
40
ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ ।
41
ଆଉ ସନ୍ଧ୍ୟା ବେଳେ ଦ୍ଵିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ଵରୂପେ ତାହା ଉତ୍ସର୍ଗ କରିବ ।
42
ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା ।
43
ଆଉ ସେସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି ଆମ୍ଭ ପ୍ରତାପରେ (ତମ୍ଵୁ) ପବିତ୍ରୀକୃତ ହେବ।
44
ଆଉ, ଆମ୍ଭେ ସମାଗମ-ତମ୍ଵୁ ଓ ବେଦି ପବିତ୍ର କରିବା, ପୁଣି ଆମ୍ଭର ଯାଜକକର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା ।
45
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ଵର ହେବା।
46
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ।
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 30 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40