bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 3
Exodus 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 4 →
1
ସେହି ସମୟରେ ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ୍ ନାମକ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେଲେ ।
2
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ ।
3
ତେଣୁ ମୋଶା କହିଲେ, ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ ।
4
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ଵର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, ହେ ମୋଶା, ହେ ମୋଶା । ତହିଁରେ ସେ କହିଲେ, ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି ।
5
ତହୁଁ ସେ କହିଲେ, ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି ।
6
ସେ ଆହୁରି କହିଲେ, ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର। ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ଵରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ ।
7
ଅନନ୍ତର ସଦାପ୍ରଭୁ କହିଲେ, ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତା; ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ ଲାଗି ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ ।
8
ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ ।
9
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହେଲା; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଦୌରାତ୍ମ୍ୟ ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଲୁ ।
10
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ ।
11
ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି?
12
ତହୁଁ ସେ କହିଲେ, ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ଵରଙ୍କର ସେବା କରିବ ।
13
ଅନନ୍ତର ମୋଶା ପରମେଶ୍ଵରଙ୍କୁ କହିଲେ, ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ଵର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି ସେମାନେ ପଚାରିବେ, ତାହାଙ୍କର ନାମ କଅଣ? ସେତେବେଳେ ମୁଁ କି ଉତ୍ତର ଦେବି?
14
ତହିଁରେ ପରମେଶ୍ଵର ମୋଶାଙ୍କୁ କହିଲେ, ଆମ୍ଭେ ଯେ ଅଛୁ, ସେ ଅଛୁ; ପୁଣି ସେ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ଵୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।
15
ପରମେଶ୍ଵର ମୋଶାଙ୍କୁ ଆହୁରି କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ସଦାପ୍ରଭୁ (ସ୍ଵୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ ।
16
ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମ ଓ ଇସ୍ହାକ ଓ ଯାକୁବର ପରମେଶ୍ଵର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତର ତତ୍ତ୍ଵାନୁସନ୍ଧାନ କରିଅଛୁ ।
17
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ପିରିଷୀୟମାନଙ୍କ ଓ ହିବ୍ବୀୟମାନଙ୍କ ଓ ଯିବୂଷୀୟ-ମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ ।
18
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ ।
19
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରା; ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ ।
20
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ ।
21
ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ରିକ୍ତ ହସ୍ତରେ ଯିବ ନାହିଁ;
22
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁରୌପ୍ୟ ଅଳଙ୍କାର ଓ ସ୍ଵର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ । ଏହି ରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40