bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 36
Exodus 36
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 37 →
1
ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ ।
2
ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ ।
3
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ ।
4
ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
5
ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି ।
6
ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ ।
7
କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା ।
8
ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ ।
9
ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା ।
10
ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ ।
11
ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ ।
12
ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା ।
13
ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା ।
14
ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ ।
15
ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା ।
16
ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ ।
17
ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ।
18
ଆଉ ସେ ଯୋଡ଼ ଦେଇ ଏକ ତମ୍ଵୁ କରିବା ପାଇଁ ପିତ୍ତଳର ପଚାଶ ଘୁଣ୍ତି କଲେ ।
19
ପୁଣି ସେ ରକ୍ତୀକୃତ ମେଷ ଚର୍ମରେ ତମ୍ଵୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।
20
ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ ।
21
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା ।
22
ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ ।
23
ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ ।
24
ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ ।
25
ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ ।
26
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ ।
27
ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା କଲେ ।
28
ପୁଣି ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ତ ପଟା କଲେ ।
29
ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ ।
30
ତହିଁରେ ଆଠ ପଟା, ପୁଣି ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ ।
31
ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ
32
ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ ।
33
ପୁଣି ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ତରୁ ସେମୁଣ୍ତ ଯାଏ ପାଇଲା ।
34
ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ ।
35
ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ ।
36
ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ ।
37
ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ ।
38
ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା ।
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 37 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40