bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 4
Exodus 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 5 →
1
ଏଥିରେ ମୋଶା ଉତ୍ତର କଲେ, ଦେଖନ୍ତୁ, ସେମାନେ ମୋତେ ପ୍ରତ୍ୟୟ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ।
2
ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି ।
3
ତହୁଁ ସେ କହିଲେ, ତାକୁ ଭୂମିରେ ପକାଅ । ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ ।
4
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ଵାସ କରିବେ,
5
ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର; ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା ।
6
ଅନନ୍ତର ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ । ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା ।
7
ଏଥିରେ ସେ କହିଲେ, ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯେବେ ତୁମ୍ଭକୁ ପ୍ରତ୍ୟୟ ନ କରିବେ
8
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ । ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା ।
9
ଏହି ଦୁଇ ଚିହ୍ନରେ ଯେବେ ସେମାନେ ପ୍ରତ୍ୟୟ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନଦୀ ଜଳରୁ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
10
ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ଵ ଅଟେ ।
11
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
12
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।
13
ତହିଁରେ ସେ କହିଲେ, ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ଵାରା ପଠାଇବାର ହୁଏ, ତାହା ଦ୍ଵାରା ପଠାନ୍ତୁ ।
14
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତେଣୁ ସେ କହିଲେ, ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା । ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ ।
15
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟକର୍ମର ଶିକ୍ଷା ଦେବା।
16
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ଵରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ଵର ତୁଲ୍ୟ ହେବ ।
17
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ । ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ
18
ଅନନ୍ତର ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ । ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲା, କୁଶଳରେ ଯାଅ ।
19
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ଵେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।
20
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି ସେ ଆପଣା ହସ୍ତରେ ପରମେଶ୍ଵରଙ୍କର ସେହି ଯଷ୍ଟି ନେଲେ ।
21
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଛାଡ଼ି ଦେବ ନାହିଁ ।
22
ପୁଣି ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
23
ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା ।
24
ଅନନ୍ତର ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ ।
25
ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ନିତା; ମୋହର ରକ୍ତପ୍ରିୟ ବର ।
26
ଏହିରୂପେ ପରମେଶ୍ଵର ତାଙ୍କୁ ଛାଡ଼ି ଦେଲେ । ତହିଁରେ ସେ ସ୍ତ୍ରୀ କହିଲା, ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ ।
27
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ; ତହୁଁ ସେ ଯାଇ ପରମେଶ୍ଵରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ଵନ କଲେ ।
28
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
29
ଅନନ୍ତର ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
30
ପୁଣି ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
31
ତହିଁରେ ଲୋକମାନେ ପ୍ରତ୍ୟୟ କଲେ, ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ଵାବଧାନ କରିସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ବୁଝି ସେମାନେ ତାହାଙ୍କୁ ପ୍ରଣାମ କରି ଭଜନା କଲେ⇧ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40