bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 40
Exodus 40
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 39
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
1
ଅଭିଷେକ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ ।
3
ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
4
ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ ।
5
ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ।
6
ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ ।
7
ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ।
8
ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ ।
9
ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ ।
10
ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ ।
11
ଆଉ ତୁମ୍ଭେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ ।
12
ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
13
ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ ।
14
ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ ।
15
ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ ।
16
ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ ।
17
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା ।
18
ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ ।
19
ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ;
20
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
21
ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ ।
22
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ;
23
ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ।
24
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ
25
ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
26
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ
27
ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ।
28
ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ
29
ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ ।
30
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
31
ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ ।
32
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
33
ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ ।
34
ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା ।
35
ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା ।
36
ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
37
ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ ।
38
କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
← Chapter 39
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40