bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Exodus 6
Exodus 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 7 →
1
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ ।
2
ପରମେଶ୍ଵର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, ଆମ୍ଭେ ଯିହୋବାଃ (ସଦାପ୍ରଭୁ);
3
ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ ।
4
ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ ।
5
ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ ।
6
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା ।
7
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ ।
8
ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ।
9
ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ ।
10
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
11
ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର ।
12
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
13
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ ।
14
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ ।
15
ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ।
16
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା ।
17
ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
18
ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା ।
19
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ।
20
ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା⇧; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା ।
21
ଯିଷ୍ହରର ସନ୍ତାନ କୋରହ ଓ ନେଫଗ ଓ ସିଖ୍ରି ।
22
ପୁଣି ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଦ୍ରି ।
23
ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା ।
24
ପୁଣି କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ ।
25
ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ ।
26
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ ।
27
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ । ଏମାନେ ସେହି ମୋଶା ଓ ହାରୋଣ ।
28
ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
29
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, ଆମ୍ଭେ ସଦାପ୍ରଭୁ ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ ।
30
ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40