bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 11
Ezekiel 11
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 12 →
1
ଅନନ୍ତର ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ଵାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟ ସ୍ଥାନରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି ।
2
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଙ୍କଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;
3
ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ ।
4
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ।
5
ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେ ଯେ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ ।
6
ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ ।
7
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ତା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ ।
8
ତୁମ୍ଭେମାନେ ଖଡ଼୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା ।
9
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା ।
10
ତୁମ୍ଭେମାନେ ଖଡ଼୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
11
ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ତା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା ।
12
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ତାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ ।
13
ପୁଣି, ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା । ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ଵରରେ କ୍ରନ୍ଦନ କରି କହିଲି, ଆହା, ପ୍ରଭୁ, ସଦାପ୍ରଭୁଣ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?
14
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
15
ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ଵବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ-ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
16
ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା ।
17
ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା ।
18
ପୁଣି, ସେମାନେ ସେ ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେସ୍ଥାନରୁ ଦୂର କରିବେ ।
19
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା ।
20
ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ।
21
ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
22
ଅନନ୍ତର କିରୂବଗଣ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତାପ ସେମାନଙ୍କ ଊର୍ଦ୍ଧ୍ଵରେ ବିଦ୍ୟମାନ ଥିଲା ।
23
ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ଵଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା ।
24
ତହିଁରେ ଆତ୍ମା ମୋତେ ଉଠାଇ ଦର୍ଶନକ୍ରମେ ପରମେଶ୍ଵରଙ୍କ ଆତ୍ମା ଦ୍ଵାରା କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ । ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ଵଗମନ କଲା ।
25
ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇ ଥିଲେ, ସେହିସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48