bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 13
Ezekiel 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 14 →
1
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍-ବକ୍ତାମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
3
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର ।
4
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର କୋକି ତୁଲ୍ୟ ହୋଇଅଛନ୍ତି ।
5
ତୁମ୍ଭେମାନେ ପ୍ରାଚୀରର ଭଗ୍ନ-ସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ-ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ ।
6
ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି; ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି ।
7
ଆମ୍ଭେ କଥା ନ କହିଲେ ହେଁ ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ? ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?
8
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
9
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ-ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ-ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
10
ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି;
11
ଏଥିପାଇଁ, ବିଶେଷ ରୂପେ ଏଥିପାଇଁ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ତ ବାୟୁ ତାହା ବିଦାରଣ କରିବ ।
12
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେ-ବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
13
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ତ ବାୟୁ ଦ୍ଵାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ ।
14
ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ୍ତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
15
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
16
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
17
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
18
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀଣ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?
19
ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ତିଏ ଖଣ୍ତିଏ ରୁଟୀ ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ ।
20
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ଵାରା ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହିସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରି ଦେବା ।
21
ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
22
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ଵାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
23
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48