bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 14
Ezekiel 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 15 →
1
ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ ।
2
ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ।
3
ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
4
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
5
ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି ।
6
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ ।
7
କାରଣ ଇସ୍ରାଏଲ-ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା ।
8
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
9
ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯେବେ କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା ।
10
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ଵେଷଣକାରୀର ଅଧର୍ମ ଏକ ସମାନ ହେବ;
11
ତହିଁରେ ଇସ୍ରାଏଲ-ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ଵାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
12
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
13
ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
14
ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯେବେ ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
15
ଆମ୍ଭେ ଯେବେ ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ଵଂସସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
16
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ ।
17
ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ;
18
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ ।
19
ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
20
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
21
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
22
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ଵନା ପାଇବ ।
23
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48