bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 16
Ezekiel 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 17 →
1
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
3
ଆଉ କୁହ, ପ୍ରଭୁ ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ; ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା ।
4
ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ ।
5
ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ହେତୁରୁ ମେଲା ପଡ଼ିଆରେ ଫୋପଡ଼ା ଯାଇଥିଲ ।
6
ଅନନ୍ତର ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ ।
7
ଆମ୍ଭେ କ୍ଷେତ୍ରରେ ଉଦ୍ଭିଜ୍ଜ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ଵରୂପା ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ ।
8
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ ।
9
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ ।
10
ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି ପଟ୍ଟବସ୍ତ୍ରରେ ବିଭୂଷିତା କଲୁ ।
11
ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ ଓ ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ ।
12
ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ ଓ କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ ।
13
ଏରୂପେ ତୁମ୍ଭେ ସୁନା ଓ ରୂପାରେ ବିଭୂଷିତା ହେଲ ଓ ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର ଓ ପଟ୍ଟ ଦ୍ଵାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ । ପୁଣି, ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଜ୍ଞୀର ପଦ ପ୍ରାପ୍ତ ହେଲ ।
14
ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ଵର୍ଯ୍ୟ ଦ୍ଵାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା ।
15
ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ହେତୁରୁ ବ୍ୟଭିଚାରିଣୀ ହେଲ, ପୁଣି ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା ।
16
ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ ।
17
ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
18
ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ ।
19
ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ଵାରା ଆମ୍ଭେ ତୁମ୍ଭକୁପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
20
ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ ।
21
ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
22
ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେସମୟକୁ ସ୍ମରଣ କରି ନାହଁ ।
23
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍ ଧିକ୍ଣ! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
24
ତୁମ୍ଭେ ଆପଣା ନିମନ୍ତେ ଟିକର ସ୍ଥାନ ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ ।
25
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ତରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ଵୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
26
ଆହୁରି, ତୁମ୍ଭେ ଆପଣାର ପ୍ରତିବାସୀ ସ୍ଥୂଳମାଂସବିଶିଷ୍ଟ ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
27
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତା ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ ।
28
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ ।
29
ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ ।
30
ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ;
31
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ତରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ ।
32
ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ଵାମୀ ବଦଳରେ ଜାରଗଣକୁ ଗ୍ରହଣ କରୁଅଛ ।
33
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତିକ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ ।
34
ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ ।
35
ଏହେତୁ ହେ ବେଶ୍ୟେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
36
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
37
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ ।
38
ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ଵାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା ।
39
ମଧ୍ୟ ଆମ୍ଭେ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ଟିକର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ିଦେବେ ।
40
ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ଼୍ଗରେ ତୁମ୍ଭକୁ ବିନ୍ଧିବେ ।
41
ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ତାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ମଧ୍ୟ ତୁମ୍ଭେ ଆଉ ଭଡ଼ା ଦେବ ନାହିଁ ।
42
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶା; ହେବ ଓ ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ଵାଳା ଯିବ ଓ ଆମ୍ଭେ କ୍ଷା; ହୋଇ ଆଉ କ୍ରୋଧ କରିବା ନାହିଁ ।
43
ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ ।
44
ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ, ଯଥା, ମାତା ଯେସନ, କନ୍ୟା ତେସନ ।
45
ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ଵାମୀକି ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ଵାମୀକି ଓ ସନ୍ତାନଗଣକୁଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା ।
46
ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ବାମ ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି ।
47
ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମଣି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
48
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ ଓ ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି ।
49
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ ।
50
ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେପରି ଆମ୍ଭେ ସେମାନଙ୍କୁ ଦୂର କଲୁ ।
51
ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ଵାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ ।
52
ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ଵାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତା ହୁଅ ଓ ଆପଣା ଅପମାନ ଭୋଗ କର ।
53
ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ପୁଣି ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା;
54
ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ଵନା ସ୍ଵରୂପ ହୋଇ ଯାହା ଯାହା କରିଅଛ, ସେସବୁ ସକାଶୁ ଲଜ୍ଜିତା ହେବ ।
55
ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ ।
56
କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ ।
57
ସେସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, (ପାଇଲା ଉତ୍ତାରେ) ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ ।
58
ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହିଅଛ ।
59
କାରଣ ପ୍ରଭୁସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା ।
60
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭକୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନ; କାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା ।
61
ସେସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତା ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ ।
62
ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
63
ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତା ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ । ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48