bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 20
Ezekiel 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 21 →
1
ଅନନ୍ତର ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ ।
2
ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
3
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ ।
4
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ;
5
ଆଉ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର, ବୋଲି କହିଲୁ;
6
ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ଵରୂପ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇଲୁ;
7
ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ⇧, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
8
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
9
ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ଵାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
10
ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ ।
11
ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯେବେ ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
12
ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ ।
13
ମାତ୍ର ଇସ୍ରାଏଲ-ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯେବେ ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟ; ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
14
ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
15
ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ଵରୂପ ଯେଉଁ ଦୁଗ୍ଧ-ମଧୁପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
16
କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ ।
17
ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଚକ୍ଷୁର୍ଲଜ୍ଜା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ ।
18
ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
19
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
20
ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଵରୂପ ହେବ ।
21
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
22
ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ଵରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
23
ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ପ୍ରକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
24
କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା ।
25
ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
26
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ (ସନ୍ତାନକୁ) ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ଵାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ ।
27
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି ।
28
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୌରଭାର୍ଥକ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ ।
29
ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକି ଯାଅ, ତାହାର ଅଭିପ୍ରାୟ କି? ଏଣୁ ଆଜିସରିକି ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି ।
30
ଏଣୁକରି ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣା-ମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?
31
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ-ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
32
ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ ।
33
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
34
ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ଵାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
35
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା ।
36
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପିତୃପୁରୁଷଗଣର ସହିତ ବିଚାର କରିଥିଲୁ, ସେପରି ତୁମ୍ଭମାନଙ୍କ ସହିତ ବିଚାର କରିବା ।
37
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
38
ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
39
ହେ ଇସ୍ରାଏଲ-ବଂଶ, ପ୍ରଭୁ ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯେବେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ଵାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ ।
40
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା ।
41
ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୌରଭର ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା ।
42
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
43
ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ହେତୁରୁ ଆପଣା-ମାନଙ୍କୁ ଘୃଣା କରିବ ।
44
ପୁଣି, ହେ ଇସ୍ରାଏଲ-ବଂଶ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
45
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
46
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
47
ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ଵଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ଵଳ; ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ଵାରା ଦଗ୍ଧ ହେବ ।
48
ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ଵଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ ।
49
ଏଥିରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48