bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 27
Ezekiel 27
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 28 →
1
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
3
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ-ନିବାସିନୀ; ଅନେକ ଦ୍ଵୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,
4
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।
5
ସେମାନେ ସେନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତାସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି ।
6
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ଵୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦ; ଦ୍ଵାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି ।
7
ତୁମ୍ଭର ଧ୍ଵଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ଵୀପ-ସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା ।
8
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ ।
9
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ ।
10
ପାରସ୍ୟ, ଲୁଦ୍ ଓ ପୁଟ ଦେଶୀୟମାନେ ତୁମ୍ଭ ସୈନ୍ୟସାମ; ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ ।
11
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମ; ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଯୁଦ୍ଧବୀରମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।
12
ସବୁ ପ୍ରକାର ଧନର ବାହୁଲ୍ୟ ହେତୁରୁ ତର୍ଶୀଶ୍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
13
ଯବନ, ତୁବଲ ଓ ମେଷକ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
14
ତୋଗର୍ମ ବଂଶୀୟ ଲୋକମାନେ ଅଶ୍ଵ, ଯୁଦ୍ଧାଶ୍ଵ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
15
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ଵୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହସ୍ତୀଦନ୍ତର ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ ।
16
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
17
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
18
ସର୍ବପ୍ରକାର ଧନର ବାହୁଲ୍ୟକ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁରୁ ଦାମାସ୍କସ୍ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ ।
19
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ଵକ୍ ଓ ସୁଗନ୍ଧି ବଚ ଥିଲା । ଣ
20
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା ।
21
ଆରବ ଓ କେଦରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ ।
22
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
23
ହାରଣ ଓ କନ୍ନୀ ଓ ଏଦନ୍, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍ ତୁମ୍ଭର ବ୍ୟବସାୟୀ ଥିଲେ ।
24
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ ।
25
ତର୍ଶୀଶର ଜାହାଜସକଳ ତୁମ୍ଭକୁ ବ୍ୟବସାୟକାରୀ ପଥିକ ସ୍ଵରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ଵିତା ଥିଲ ।
26
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
27
ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ ।
28
ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶଦ୍ଦରେ ଉପନଗର-ସମୂହ କମ୍ପିତ ହେବେ ।
29
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକ-ମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,
30
ପୁଣି ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶଦ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
31
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ତନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ ।
32
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
33
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜଗଣକୁ ଧନୀ କଲ ।
34
ତୁମ୍ଭେ ସମୁଦ୍ର ଦ୍ଵାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ ।
35
ଦ୍ଵୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜଗଣ ଅତ୍ୟ; ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି ।
36
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ସୀଷ୍ ଶଦ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ, ।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48