bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 31
Ezekiel 31
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 32 →
1
ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକାରଣ୍ୟକୁ କୁହ; ତୁମ୍ଭେ ଆପଣା ମହତ୍ତ୍ଵରେ କାହାର ତୁଲ୍ୟ?
3
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ଵରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା ।
4
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା ।
5
ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେସବୁ ଦୀର୍ଘ ହେଲା ।
6
ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ ।
7
ଏହି ପ୍ରକାରେ ସେ ଆପଣା ମହତ୍ତ୍ଵରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା ।
8
ପରମେଶ୍ଵରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା ।
9
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ଵାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ ।
10
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
11
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ ।
12
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳ-ପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି ।
13
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
14
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷୀସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେସମସ୍ତେ ମୃତ୍ୟୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି ।
15
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ ।
16
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶଦ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ଵନା ପାଇଲେ ।
17
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ଼୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ଵରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ ।
18
ଏହିରୂପେ ତୁମ୍ଭେ ଐଶ୍ଵର୍ଯ୍ୟରେକ୍ ଓ ମହତ୍ତ୍ଵରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍ଗହତ ଲୋକମାନଙ୍କ ସହିତ ଶୟନ କରିବ । ଏହି ଫାରୋ ଓ ତାହାର ସମସ୍ତ ଲୋକାରଣ୍ୟ ଏପରି ଅଟନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48