bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 32
Ezekiel 32
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 33 →
1
ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ ।
3
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ ।
4
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷୀସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ଵାରା ତୃପ୍ତ କରାଇବା ।
5
ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା ।
6
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭରେ ପରିପୂର୍ଣ୍ଣ ହେବ ।
7
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ ।
8
ଆକାଶର ସକଳ ଉଜ୍ଜ୍ଵଳ ଜ୍ୟୋତିକି ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
9
ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା ।
10
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଅନୁକ୍ଷଣ କମ୍ପିତ ହେବେ ।
11
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ଼୍ଗ ତୁମ୍ଭକୁ ଆକ୍ରମଣ କରିବ ।
12
ଆମ୍ଭେ ତୁମ୍ଭର ଲୋକାରଣ୍ୟକୁ ବୀରଗଣର ଖଡ଼୍ଗ ଦ୍ଵାରା ନିପାତ କରିବା; ସେସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକାରଣ୍ୟସମସ୍ତେ ବିନଷ୍ଟ ହେବେ ।
13
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ଚହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ ।
14
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
15
ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ଵଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
16
ଏହି ବିଳାପ-ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
17
ଦ୍ଵାଦଶ ବର୍ଷର, ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
18
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକାରଣ୍ୟ ବିଷୟରେ ହାହାକାର କର, ପୁଣି ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ ।
19
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକଣ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର ।
20
ସେମାନେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ଼୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକାରଣ୍ୟକୁ ଟାଣି ନିଅ ।
21
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କରିବେ; ସେମାନେ, ଅର୍ଥାତ୍, ଖଡ଼୍ଗ ଦ୍ଵାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି ।
22
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ଼୍ଗ ଦ୍ଵାରା ପତିତ ହୋଇଅଛନ୍ତି;
23
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେସମସ୍ତେ ହତ, ଖଡ଼୍ଗ ଦ୍ଵାରା ପତିତ ହୋଇଅଛନ୍ତି ।
24
ସେସ୍ଥାନରେ ଏଲମ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକାରଣ୍ୟ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେସମସ୍ତେ ହତ, ଖଡ଼୍ଗ ଦ୍ଵାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି ।
25
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଲୋକାରଣ୍ୟର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍ଗ ଦ୍ଵାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି ।
26
ସେସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଲୋକାରଣ୍ୟ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍ଗ ଦ୍ଵାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ ।
27
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ଼୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ ।
28
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରିବ ।
29
ସେସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ ।
30
ସେସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ଵାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି ।
31
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକାରଣ୍ୟ ସମସ୍ତର ବିଷୟରେ ସାନ୍ତ୍ଵନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ଼୍ଗ ଦ୍ଵାରା ହତ ହୋଇଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
32
କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍, ଫାରୋ ଓ ତାହାର ଲୋକାରଣ୍ୟ ସମସ୍ତେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 33 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48