bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 33
Ezekiel 33
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 34 →
1
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯେବେ ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
3
ସେ ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯେବେ ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
4
ତେବେ ଯେକେହି ତହିଁରେ ତୂରୀର ଶଦ୍ଦ ଶୁଣି ସଚେତନ ନ ହୁଏ, ପୁଣି ଖଡ଼୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ ।
5
ସେ ତୂରୀର ଶଦ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥାʼନ୍ତା ।
6
ମାତ୍ର ସେ ପ୍ରହରୀ ଯେବେ ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା ।
7
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର ।
8
ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ, ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯେବେ କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା ।
9
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍ବିଷୟରେ ସଚେତନ କଲେ, ଯେବେ ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ ।
10
ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?
11
ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କିହେତୁ ମରିବ?
12
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେଦିନ ସେ ଆପଣା ଦୁଷ୍ଟତା ଦ୍ଵାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେଦିନ ସେ ଆପଣା ଧାର୍ମିକତା ଦ୍ଵାରା ବଞ୍ଚି ପାରିବ ନାହିଁ ।
13
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯେବେ ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ ।
14
ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯେବେ ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
15
ସେହି ଦୁଷ୍ଟ ଲୋକ ଯେବେ ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ ।
16
ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ ।
17
ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ ।
18
ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ ।
19
ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ ।
20
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା ।
21
ଅନନ୍ତର ଆମ୍ଭମାନଙ୍କ ନିର୍ବାସନର ଦ୍ଵାଦଶ ବର୍ଷର ଦଶମ ମାସ, ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋʼ ନିକଟକୁ ଆସି କହିଲା, ନଗର ପରାଜିତ ହୋଇଅଛି ।
22
ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟାକାଳରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲାନ୍ତ ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ସେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ ।
23
ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
24
ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି ।
25
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସୁଦ୍ଧା ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?
26
ତୁମ୍ଭେମାନେ ଆପଣା ଆପଣା ଖଡ଼୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?
27
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ ।
28
ପୁଣି, ଆମ୍ଭେ ଦେଶକୁ ଧ୍ଵଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ଵଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ ।
29
ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ଵଂସିତ ଓ ବିସ୍ମୟର ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
30
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ଵାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ଏକକୁଆରେକ, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ ।
31
ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ ।
32
ଆଉ ଦେଖ, ଯାହାର ମଧୁର ସ୍ଵର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ଵରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ ।
33
ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ, ଏହା ସେମାନେ ଜାଣିବେ ।
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48