bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 34
Ezekiel 34
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 33
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 35 →
1
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
3
ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷ ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ ।
4
ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁନ୍ତ ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ ।
5
ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ ।
6
ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା ।
7
ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
8
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
9
ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
10
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ ।
11
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ଵେଷଣ କରି ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ।
12
କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ଵାନୁସନ୍ଧାନ କରେ, ସେପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ଵାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେ ଯେ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା ।
13
ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା ।
14
ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ ।
15
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା ।
16
ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା ।
17
ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ ।
18
ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
19
ମାତ୍ର ତୁମ୍ଭେମାନେ ଯାହା ପଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି ।
20
ଏହେତୁ ସେମାନଙ୍କୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା ।
21
ତୁମ୍ଭେମାନେ ପାର୍ଶ୍ଵରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଭିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
22
ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା ।
23
ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ ।
24
ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
25
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ ।
26
ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ଵରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ ।
27
ଆଉ, କ୍ଷେତ୍ରସ୍ଥ ବୃକ୍ଷ ଆପଣାର ଫଳ ଉତ୍ପନ୍ନ କରିବ ଓ ଭୂମି ଆପଣାର ଶସ୍ୟ ଉତ୍ପନ୍ନ କରିବ, ପୁଣି ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ଵ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
28
ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ଵରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ ।
29
ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ ।
30
ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ-ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
31
ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
← Chapter 33
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 35 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48