bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 36
Ezekiel 36
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 37 →
1
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
2
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା;
3
ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ଵଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ଆସ୍ପଦ ହୋଇଅଛ;
4
ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ଵଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
5
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତା; ଆପଣା ଅନ୍ତରାଗ୍ନିର ଜ୍ଵାଳାରେ କହିଅଛୁ;
6
ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପ-ପର୍ବତଗଣକୁ, ଜଳ-ପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟ-ମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଓ କୋପରେ କଥା କହିଅଛୁ;
7
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
8
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ ।
9
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ ।
10
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟ-ମାନଙ୍କୁ, ସମସ୍ତ ଇସ୍ରାଏଲ-ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ଵଂସସ୍ଥାନସକଳ ନିର୍ମିତ ହେବ;
11
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣ ହୋଇ ସନ୍ତାନସନ୍ତତିବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା । ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
12
ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ଵରୂପ ହେବ, ପୁଣି ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ ।
13
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ;
14
ଏଥିପାଇଁ ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
15
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ-ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦା-ବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
16
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
17
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ଵାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା ।
18
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
19
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ ।
20
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି ।
21
ତଥାପି ଇସ୍ରାଏଲ-ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା ।
22
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ ।
23
ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
24
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା ।
25
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ସିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା ।
26
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା ।
27
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ ।
28
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ।
29
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ଵାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ ।
30
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ ।
31
ସେସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବନ୍ତ ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ ।
32
ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଆପଣାମାନଙ୍କର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ ।
33
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ ।
34
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ଵଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ ।
35
ତହିଁରେ ଲୋକମାନେ କହିବେ, ଏହି ଧ୍ଵଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ଵଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି-ସ୍ଥାନ ହୋଇଅଛି ।
36
ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ଵଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା ।
37
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ-ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ଲୋକ ଦେଇ ପଲପରି ସେମାନଙ୍କୁ ବଢ଼ାଇବା ।
38
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 37 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48