bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezekiel 7
Ezekiel 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 8 →
1
ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି: ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି ।
3
ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
4
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
5
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ, କେବଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି ।
6
ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି ।
7
ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ଵନିର ଦିନ ନୁହେଁ ।
8
ଏବେ ଆମ୍ଭେ ଅବିଳମ୍ଵରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳିଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
9
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ ।
10
ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି ।
11
ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକାରଣ୍ୟ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ ।
12
ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ କୋପ ଉପସ୍ଥିତ ।
13
ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେସ୍ଥାନସ୍ଥ ସମୁଦାୟ ଲୋକାରଣ୍ୟ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ ।
14
ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ ଆମ୍ଭର କୋପ ଅଛି ।
15
ବାହାରେ ଖଡ଼୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ ।
16
ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ ।
17
ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ତରଳ ହେବ ।
18
ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ ।
19
ସେମାନେ ଆପଣା ଆପଣା ରୂପା ଦାଣ୍ତରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି ।
20
ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ଵରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣା-ମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ଵରୂପ କରିଅଛୁ ।
21
ପୁଣି, ଆମ୍ଭେ ତାହା ମୃଗୟା ସ୍ଵରୂପେ ବିଦେଶୀ-ମାନଙ୍କର ଓ ଲୁଟ ଦ୍ରବ୍ୟ ସ୍ଵରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ ।
22
ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାଇତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ ।
23
ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ।
24
ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ ।
25
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ ।
26
ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍-ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ ।
27
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48